ରାଜ୍ୟରେ ୧୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

A doctor wearing a protective gear takes a swab from a woman to test for coronavirus disease (COVID-19), in Dharavi, one of Asia's largest slums, in Mumbai, India, April 9, 2020. REUTERS/Francis Mascarenhas
0 142

ଭୁବନେଶ୍ୱର : ରାଜ୍ୟରେ ୧୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୪ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।୨୩ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ନୂଆ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ପୁରୀ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଚିହ୍ନଟ ହୋଇଛନ୍ତି। ୬ଟି ଜିଲ୍ଲାରୁ ଜଣେ ଲେଖାଏ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଦୁଇଟି ଜିଲ୍ଲାରୁ ୨ ଜଣ ଲେଖାଏ ଚିହ୍ନଟ ହୋଇଥିବା ବେଳେ ତିନିଟି ଜିଲ୍ଲାରୁ ୩ ଜଣ ଲେଖାଏ ଚିହ୍ନଟ ହୋଇଛନ୍ତି।ଅନୁଗୋଳ ଜିଲ୍ଲାରୁ ୧୨ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦, ବରଗଡ଼ରୁ ୧୩, ଭଦ୍ରକରୁ ଜଣେ, କଟକରୁ ୭, ଦେବଗଡ଼ରୁ ୪, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୫, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୬, କୋରାପୁଟରୁ ୪, ମୟୂରଭଞ୍ଜରୁ ୩, ନବରଙ୍ଗପୁରରୁ ୩, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୪, ସମ୍ବଲପୁରରୁ ୧୦ ଓ ସୁନ୍ଦରଗଡ଼ରେ ୧୪ ଜଣ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.