ସବୁ ରେକର୍ଡ ଭାଙ୍ଗିଲା ପେଟ୍ରୋଲ ଦର, ଲିଟର ପିଛା ୧୦୦ ଟଙ୍କା

0 68

ନୂଆଦିଲ୍ଲୀ, ୨୪ ।୧: ଦିନକୁ ଦିନ ଆକାଶଛୁଆଁ ହେବାରେ ଲାଗିଛି ପେଟ୍ରୋଲ ଓ ଡିଜେଲ୍ ଦର । ବିଶେଷକରି ପେଟ୍ରୋଲ୍ ଦର ଏବେ ରେକର୍ଡ ଛୁଇଁଛି । ଏଭଳି ସ୍ଥିତିରେ ରବିବାର ରାଜସ୍ଥାନର ଗଙ୍ଗାନଗରରେ ପେଟ୍ରୋଲ-ଡିଜେଲ୍ ବିକ୍ରି ସବୁ ରେକର୍ଡ ଭାଙ୍ଗି ଦେଇଛି । ଏଠାରେ ଏକ୍ସଟ୍ରା ପ୍ରିମିୟମ୍ ପେଟ୍ରୋଲର ଦର ଲିଟର ପିଛା ୧୦୦.୫୧ ଟଙ୍କା ପର୍ଯ୍ୟନ୍ତ ପହଞ୍ଚିଛି । ସେହିପରି ଏଠାରେ ଡିଜେଲ୍ ଦର ଲିଟର ପିଛା ୮୯.୪୬ ଟଙ୍କାରେ ବିକ୍ରି ହେଉଛି । ତେବେ ଏଠାରେ ସାଧାରଣ ପେଟ୍ରୋଲ୍ ଦର ଲିଟରପିଛା ୯୭.୭୬ ଟଙ୍କାରେ ବିକ୍ରି ହେଉଛି । ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଓ ଡିଜେଲ୍ ଦର ବୃଦ୍ଧିରେ ରବିବାର ପୁଣିଥରେ ବ୍ରେକ୍ ଲାଗିଛି । ତୈଳ ମାର୍କେଟିଂ କମ୍ପାନୀ ରବିବାର ପେଟ୍ରୋଲ ଓ ଡିଜେଲ୍ ଦରରେ କୌଣସି ପରିବର୍ତ୍ତନ କରିନାହିଁ । ଏହା ପୂର୍ବରୁ ଲଗାତର ଦୁଇଦିନ ଧରି ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଓ ଡିଜେଲ୍ ଦର ପିଛା ୫୦ ପଇସା ବୃଦ୍ଧି ହୋଇଥିଲା । ଦେଶର ଅନ୍ୟ ସହର ଗୁଡ଼ିକରେ ମଧ୍ୟ ପେଟ୍ରୋଲ ଦର ଆକାଶଛୁଆଁ ରହିଛି । ଇଣ୍ଡିଆନ୍ ଅଏଲର ୱେବସାଇଟ୍ ଅନୁଯାୟୀ, ଦିଲ୍ଲୀ, କୋଲକାତା, ମୁମ୍ବାଇ ଓ ଚେତ୍ତାଇରେ ପେଟ୍ରୋଲର ଦର ଯଥାକ୍ରମେ ଲିଟର ପିଛା ୮୫.୭୦ ଟଙ୍କା, ୮୭.୧୧ ଟଙ୍କା, ୯୨.୨୮ ଟଙ୍କା ଓ ୮୮.୨୯ ଟଙ୍କା ରହିଛି । ସେହିପରି ଦିଲ୍ଲୀ, କୋଲକାତା, ମୁମ୍ୱାଇ ଓ ଚେନ୍ନାଇରେ ଡିଜେଲ୍ ଦର ଲିଟର ପିଛା ଯଥାକ୍ରମେ ୭୫.୮୮ ଟଙ୍କା, ୭୯.୪୮ ଟଙ୍କା, ୮୨.୬୬ ଟଙ୍କା ଓ ୮୧.୧୪ ଟଙ୍କା ରହିଛି ।

Leave A Reply

Your email address will not be published.