ଭୁବନେଶ୍ବର ୦୪।୦୨: ରାଜ୍ୟରେ ଏବେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୩୬୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲରାୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬ଜଣ, ଷ୍ଟେଟ୍ ପୁଲ୍ରୁ ୩ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୫୩୬୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୧୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୨୪୯୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୭୯୬୨୧୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।