ରାଜ୍ୟରେ ଆଉ ୫୯ କୋଭିଡ୍ ପଜିଟିଭ୍ ଚିହ୍ନଟ

0 70

ଭୁବନେଶ୍ବର ୧୩।୨: ରାଜ୍ୟରେ ଏବେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୧୦୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ୨୪ ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲାରୁ ୫୯ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ସଂକ୍ରମିତଙ୍କ ମଧ୍ୟରୁ ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୯ ଜଣ ଲେଖାଏଁ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାରୁ ୭ ଜଣ ଲେଖାଏଁ, ଖୋର୍ଦ୍ଧାରୁ ୬ଜଣ, ବାଲୋଶ୍ବରରୁ ୪ ଜଣ, ପୁରୀରୁ ୩ ଜଣ, କଟକ, ଦେବଗଡ଼,ଯାଜପୁର, କଳାହାଣ୍ଡି,ମୟୂରଭଞ୍ଜ ଓ ନୂଆପଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ଏବଂ ଝାରସୁଗୁଡା ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୧୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୩୩୫୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୦୦୧୭୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.