ରାଜ୍ୟରେ ଆଉ ୭୩ କୋଭିଡ୍ ପଜିଟିଭ୍ ଚିହ୍ନଟ

0 67

ଭୁବନେଶ୍ବର ୧୪।୦୨: ରାଜ୍ୟରେ ଏବେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୧୭୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ୍‌ ପୁଲ୍‌ରୁ ଜଣେ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୧୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୬୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୩୪୫୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୦୨୩୯୭୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.