ଭୁବନେଶ୍ୱର, ୧୮/୦୨ : କରୋନା ମହାମାରୀରେ ଚିକିତ୍ସାଧୀନ ଥିବା ରୋଗୀଙ୍କ ସଂଖ୍ୟାରେ ବଡ ଧରଣର ହ୍ରାସ ଘଟିଛି । ୨୪ ଘଣ୍ଟା ରାଜ୍ୟରେ ୧୯ଟି ଜିଲ୍ଲାରୁ ୬୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୯ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୨୪ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୬୦କୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୬ ହଜାର ୪୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୦୬ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଲକ୍ଷ ୩୩ ହଜାର ୭୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୧୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୮୧ ଲକ୍ଷ ୦୦ ହଜାର ୭୪୯ ସାମ୍ପୁଲ ଟେଷ୍ଟ୍ ହୋଇଛି।