ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ

Hospital staff carry the body of a person who died of COVID-19 to a morgue in Mumbai, India, Friday, May 29, 2020. Most of the over 150,000 cases are concentrated in five of India’s 28 states, though an increase in cases has also been reported in some eastern states as migrant workers have begun arriving home from big cities on special trains. (AP Photo/Rajanish Kakade)
0 141

ଭୁବନେଶ୍ବର ୨୫।୨: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୮୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୧୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ ବଲାଙ୍ଗୀର ଜିଲ୍ଲାର । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୯୨୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୨୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୪୩୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୮୨୫୫୦୮୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.