ରାଜ୍ୟରେ ଆଉ ୬୩ କୋଭିଡ୍ ପଜିଟିଭ୍ ଚିହ୍ନଟ

0 66

ଭୁବନେଶ୍ବର ୧୧।୦୩: ରାଜ୍ୟରେ ଏବେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୯୯୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୧୧ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୯୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୦୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୫୩୨୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୫୫୮୧୧୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.