ରାଜ୍ୟରେ ଆଉ ୬୪ କୋଭିଡ୍ ପଜିଟିଭ୍ ଚିହ୍ନଟ

0 59

ଭୁବନେଶ୍ବର ୧୨।୦୩: ରାଜ୍ୟରେ ଏବେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୦୫୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୭ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୮୦୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୭୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୫୪୦୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୫୮୦୦୧୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.