ରାଜ୍ୟରେ ଆଉ ୬୬ କୋଭିଡ୍ ପଜିଟିଭ୍ ଚିହ୍ନଟ

0 72

ଭୁବନେଶ୍ବର ୧୫।୦୩: ରାଜ୍ୟରେ ଏବେବି ଲୋକଙ୍କ ମନରୁ ଯାଇନି କୋଭିଡ଼ ଭୟ । ତେବେ ଏସବୁ ଭିତରେ ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୨୫୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୮୨୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬୨୭ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୫୬୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୮୬୪୨୧୨୧ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.