ଗତ ୨୪ ଘଣ୍ଟା ମଧ୍ୟରେ ୧୧୦ କରୋନା ପଜିଟିଭ୍ ଚିହ୍ନଟ

0 66

ଭୁବନେଶ୍ବର ୧୯।୩:  ଏବେବି ଲୋକଙ୍କ ମନରୁ ଯାଇନି କୋଭିଡ଼ ଭୟ । ତେବେ ଏସବୁ ଭିତରେ ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୫୯୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୮୫୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୦୫ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୫୯୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୮୭୩୬୬୮୯ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.