ଆହୁରି ବଢିବ ଖରା , ହିଟ୍ ୱେଭ୍ ନେଇ ୨୧ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ

0 51

ଭୁବନେଶ୍ୱର: ରାଜ୍ୟରେ ଖରାର ପ୍ରକୋପ ଆହୁରି ବୃଦ୍ଧି ପାଇବ । ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ଲହରୀ ଅନୁଭୂତ ହେବ । ଦିନର ତାପମାତ୍ରା ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ୨୧ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ତେବେ ଏହାର ପରବର୍ତୀ ୨ ଦିନ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୨ ତାରିଖ ଯାଏଁ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର,ମୟୁରଭଞ୍ଜ,ଦେବଗଡ଼, ବରଗଡ଼, ଅନୁଗୁଳ, ଢ଼େଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା,କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଆଦି ଜିଲ୍ଲା ରେ ଗ୍ରୀଷ୍ମପ୍ରବାହ ଦେଖାଦେବ । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଗ୍ରୀଷ୍ମପ୍ରବାହ ସମୟରେ ଶିଶୁ, ବୃଦ୍ଧ ଏବଂ ଅସୁସ୍ଥ ଲୋକଙ୍କ ପ୍ରତି ଧ୍ୟାନ ଦେବାକୁ ଏବଂ ଦିନ ୧୧ଟାରୁ ୩ଟା ମଧ୍ୟରେ ବାହାରକୁ ବାହୁରିଥିଲେ ସତର୍କ ରହିବାକୁ କୁହାଯାଇଛି । ଏଥିସହିତ ଉପଯୁକ୍ତ ପାଣି ପିଇବା ସହିତ ଶରୀରକୁ ହାଇଡ୍ରେଟ ରଖିବାକୁ ହେବ ।

ଅପରପକ୍ଷରେ ୨ରୁ ୪ ତାରିଖ ମଧ୍ୟରେ କିଛି ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଛି । ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କଟକ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡ଼ା, କନ୍ଧମାଳ, ନୟାଗଡ଼ ଆଦି ଜିଲ୍ଲାକୁ ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply

Your email address will not be published.