ରାଜ୍ୟରେ ଆଉ ୪୬୧ କୋଭିଡ୍ ପଜିଟିଭ୍ ଚିହ୍ନଟ

0 66

ଭୁବନେଶ୍ବର ୧।୪ : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୧୭୭୨୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୮୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୩୨ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୨ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ଜଣ, କନ୍ଧମାଳ ଜିଲ୍ଲାରୁ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୯ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୮୬ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୫ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୧୭୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୫୮୬ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୭୨୧୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୧୦୩୯୪୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.