ପ୍ରବାଦ ପୁରୁଷଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ଉନ୍ମୋଚିତ

0 67

ବୁଗୁଡା : ଉତ୍କଳ ଦିବସ ଅବସରରେ ବୁଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦର ବଳଦେବ ସ୍ୱାମୀ ବସଷ୍ଟାଣ୍ଡ ସମ୍ମୁଖ ପାର୍ଶ୍ୱରେ ଓଡ଼ିଶାର ବରପୁତ୍ର, ପ୍ରବାଦ ପୁରୁଷ ବିଜୁବାବୁଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁଙ୍କ କରକମଳରେ ଉନ୍ମୋଚିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଭଞ୍ଜନଗର ଉପଜିଲ୍ଲାପାଳ ତଥା ବୁଗୁଡା ଏନଏସି ପ୍ରଶାସକ ରାଜେନ୍ଦ୍ର ମିଞ୍ଜ ମୁଖ୍ୟ ଅତିଥି ଭାବେ ଓ ବୁଗୁଡା ଏନଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ରଶ୍ମି ରଞ୍ଜନ ଦାଶ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ବସଷ୍ଟାଣ୍ଡ ପରିସରରେ ବସଷ୍ଟାଣ୍ଡ ପାର୍କ ଓ ଜିମ୍ ର୍ ଉଦଘାଟନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରକଳ୍ପକୁ ବିଧାୟକ ଶ୍ରୀ ସାହୁ ଉଦଘାଟନ କରିଥିବା ବେଳେ ଉପଜିଲ୍ଲାପାଳ ଶ୍ରୀ ମିଞ୍ଜ ମୁଖ୍ୟ ଅତିଥି ଭାବେ ଓ କାର୍ଯ୍ୟନର୍ବାହୀ ଅଧିକାରୀ ଶ୍ରୀ ଦାଶ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବୁଗୁଡା ତହସିଲଦାର ସଂଗ୍ରାମ କେଶରୀ ଜେନା, ବୁଗୁଡା ବିଡ଼ିଓ ତନ୍ମୟ ପାତ୍ର, ଓ ବୁଗୁଡା ପୋଲିସ ଆଇଆଇସି ଚିତ୍ତରଞ୍ଜନ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତି ମାନଙ୍କ ମଧ୍ୟରେ ବୁଗୁଡା ବ୍ଲକ ଅଧ୍ୟକ୍ଷା ମାମି ସେନାପତି, ଉପାଧ୍ୟକ୍ଷ ଟୁକୁନା ସ୍ଵାଇଁ, ଜିଲ୍ଲା ପରିଷଦ ସଦସ୍ୟ ରେବତୀ ମୋହନ ନାୟକ, ଜିଲ୍ଲା ପରିଷଦ ସଦସ୍ୟା ଭୁବନେଶ୍ୱରୀ ଖଟେଇ, ନଗର ବିଜେଡି ସଭାପତି ରାଜେନ୍ଦ୍ର କୁମାର ପାଢୀ, ରମଣ ନାହାକ, ପୂର୍ବତନ କାଉନସିଲର ସୁଧାଂଶୁ ଶେଖର ପାଢ଼ୀ, ବିଧାୟକ ପ୍ରତିନିଧି କେ.ତ୍ରିଲୋଚନ ଦୋରା ପ୍ରଭୃତି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଆଜିର କାର୍ଯ୍ୟକ୍ରମରେ ବହୁ ସରକାରୀ କର୍ମଚାରୀ,ଲୋକ ପ୍ରତିନିଧି, ବିଜୁ ପ୍ରେମୀ, ବୁଦ୍ଧିଜୀବୀ, ସାମ୍ବାଦିକ, ଓ ଜନସାଧାରଣ ଯୋଗଦେଇଥିଲେ।

Leave A Reply

Your email address will not be published.