ଚଳିତ ବର୍ଷ ରାଜ୍ୟ ରେ ୧୦୦୦ କିମି ରାସ୍ତା ଓ ତିରିଶ ଟି ସେତୁ ନିର୍ମାଣ କରାଯିବ- ମୁଖ୍ୟମନ୍ତ୍ରୀ

0 66

ଭୁବନେଶ୍ୱର: ଚଳିତ ବର୍ଷ ରାଜ୍ୟ ରେ ୧୦୦୦ କିମି ରାସ୍ତା ଓ ତିରିଶ ଟି ସେତୁ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ସେ କହିଛନ୍ତି ଯେ ଖୁସିର କଥା, ଆଜି ଆସ୍କାରେ ଏକ ଗୁରୁତ୍ୱପୂର୍ଣ୍ଣ ସେତୁର ଉଦଘାଟନ କରାଗଲା । ବ୍ରିଟିଶ ସମୟର ଦୁଇଟି ପୁରୁଣା ସେତୁକୁ ପରିବର୍ତନ କରାଯାଇ ଏହାକୁ ନିର୍ମାଣ କରାଯାଇଛି । ଜିଲ୍ଲାର ବିଭିନ୍ନ ଅଂଚଳର ରାସ୍ତା ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସଂଯୋଗ (ଲିଂକ) ଭାବେ କାର୍ଯ୍ୟ କରିବ । ଆସ୍କା, ଭଞ୍ଜନଗର, ଛତ୍ରପୁର ଓ ଅନ୍ୟାନ୍ୟ ସହରରୁ ଭୁବନେଶ୍ୱରକୁ ଦୂରତା ମଧ୍ୟ କମିବ ।

ଏହାଦ୍ୱାରା ସାଢେ ତିନି ଲକ୍ଷରୁ ଅଧିକ ଲୋକଙ୍କ ଯୋଗାଯୋଗରେ ସୁବିଧା ଆସିବ । ସେ କହିଛନ୍ତି ଯେ ଗଞ୍ଜାମ ଜିଲ୍ଲା ଆମ ରାଜ୍ୟର ଏକ ସମୃଦ୍ଧ ଜିଲ୍ଲା ଓ ବାଣିଜ୍ୟ କେନ୍ଦ୍ର । ଜିଲ୍ଲାର ଜନସାଧାରଣ ସେମାନଙ୍କ ପରିଶ୍ରମ ପାଇଁ ସୁନାମ କରିଛନ୍ତି । ଏହି ସେତୁ ଦ୍ୱାରା ଜିଲ୍ଲାର ବାଣିଜ୍ୟ କାରବାର, ପର୍ଯ୍ୟଟନ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଆହୁରି ଉନ୍ନତି ଆସିବ ବୋଲି ମୁଁ ଆଶା କରୁଛି ବୋଲି ସେ କହିଛନ୍ତି । ସେ କହିଛନ୍ତି ଯେ ବିକାଶ ପାଇଁ ଭିତିିଭୂମି ନିର୍ମାଣ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ତେଣୁ ମୋ ସରକାର ଭିତିିଭୂମିର ବିକାଶ ପାଇଁ ନିଷ୍ଠାର ସହ କାମ କରୁଛି । ସଡକ, ସେତୁ ନିର୍ମାଣରେ ଆଖି ଦୃଶିଆ ବିକାଶ ଆସିଛି ।

ପର୍ଯ୍ୟଟନ କ୍ରୀଡା, ଆଦି କ୍ଷେତ୍ରରେ ବିଶ୍ୱ ସ୍ତରୀୟ ଭିତିଭୂମି ନିର୍ମାଣ କରାଯାଉଛି । ଚଳିତ ବିତୀୟ ବର୍ଷ ପାଇଁ ୧୦୦୦ କିଲୋମିଟର ରାସ୍ତା ଓ ୩୦ଟି ବଡ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ୨୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଏହାସହିତ ବିଜୁ ସେତୁ ଯୋଜନାରେ ପ୍ରାୟ ୧୦୦୦ କୋଟି ଟଙ୍କା ଓ ଗ୍ରାମ ସଡକ ପାଇଁ ୨୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ସେ କହିଛନ୍ତି । 

ସେ କହିଛନ୍ତି ଯେ ରାଜ୍ୟର ଭିତିିଭୂମି ଆପଣମାନଙ୍କ ସମ୍ପତିି । ଆପଣଙ୍କ ଟଙ୍କାରେ, ଆପଣଙ୍କ ସୁବିଧା ପାଇଁ ଏହା ନିର୍ମାଣ କରାଯାଉଛି । ତେଣୁ ଆପଣମାନେ ଏହି ସମ୍ପତିିର ସୁରକ୍ଷା ଉପରେ ଧ୍ୟାନ ଦେବେ ବୋଲି ମୁଁ ଆଶା କରୁଛି ବୋଲି ସେ କହିଛନ୍ତି । ସେ କହିଛନ୍ତି ଯେ ଗଞ୍ଜାମ ଜିଲ୍ଲା କୋଭିଡ ପରିଚାଳନା କ୍ଷେତ୍ରରେ ସାରା ଦେଶରେ ସୁନାମ ଅର୍ଜନ କରିଛି ।

ଏଥିପାଇଁ ଜିଲ୍ଲାର ଜନସାଧାରଣଙ୍କୁ ମୁଁ ଧନ୍ୟବାଦ ଦେଉଛି । କିନ୍ତୁ ବିପଦ ଏବେ ବି ଯାଇନାହିଁ । ସେକେଣ୍ଡ ୱେଭ ର ଭୟ ରହିଛି । ତେଣୁ ଆପଣମାନଙ୍କୁ ମୋର ନିବେଦନ, ଆପଣମାନେ କୋଭିଡର ସବୁ ନିୟମକୁ ପାଳନ କରନ୍ତୁ । ମାସ୍କ ପିନ୍ଧୁନ୍ତୁ, ହାତ ଧୁଅନ୍ତୁ ଓ ଭିଡ ଜାଗାରେ ସାମାଜିକ ଦୂରତ୍ୱ ରଖନ୍ତୁ ।ଏହି କାର୍ଯ୍ୟକ୍ରମ ରେ ଆସ୍କା ଏମ୍ ପି ଆସ୍କା ବିଧାୟକ ଜିଲ୍ଲା ପରିଷଦ ସଭାପତି ଓ ଜିଲ୍ଲାପାଳ ପ୍ରମୁଖ ଉଦ୍ ବୋଧନ ଦେଇଥିଲେ ।

Leave A Reply

Your email address will not be published.