କରୋନାରେ ଦେଶରେ ଗତ ୨୪ ଘଂଟାରେ ୧,୦୩,୫୫୮ ନୂଆ ମାମଲା

0 104

ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୧,୦୩,୫୫୮ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୪୭୮ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୫,୮୯,୦୬୭ ପହଂଚିଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭,୪୧,୮୩୦ ଥିବା ବେଳେ ବର୍ତମାନ ସୁଦ୍ଧା ୧,୬୫,୧୦୧ ଜଣ ମୃତ୍ୟୁ ବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୮,୯୩,୭୪୯ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୨୪,୯୦,୧୯,୬୫୭ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା

Leave A Reply

Your email address will not be published.