ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୬୭ କରୋନା ପଜିଟିଭ୍ ଚିହ୍ନଟ

0 66

ଭୁବନେଶ୍ବର ୧୪।୦୪ : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୫୩୫୩ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୧୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୯୫୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୮ଜଣ, ବାଲେଶ୍ୱର ଜିଲ୍ଲାରୁ ୬୭ଜଣ, ବରଗଡ଼ ଜିଲ୍ଲାରୁ ୧୨୦ଜଣ, ଭଦ୍ରକ ଜିଲ୍ଲାରୁ ୨୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୩ଜଣ, କଟକ ଜିଲ୍ଲାରୁ ୧୧୭ଜଣ, ଦେଓଗଡ଼ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୩୧ଜଣ, ଗଞ୍ଜାମ ଜିଲ୍ଲାରୁ ୭୦ଜଣ, ଜଗତସିଂହପୁର ଜିଲ୍ଲାରୁ ୩୫ଜଣ, ଯାଜପୁର ଜିଲ୍ଲାରୁ ୫୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୫ଜଣ, କଳାହାଣ୍ଡି ଜିଲ୍ଲାରୁ ୩୪ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୫୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୪୮ଜଣ, କୋରାପୁଟ ଜିଲ୍ଲାରୁ ୧୨ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦୪ଜଣ, ନୟାଗଡ଼ ଜିଲ୍ଲାରୁ ୧୯ଜଣ, ନୂଆପଡ଼ା ଜିଲ୍ଲାରୁ ୧୦୪ଜଣ, ପୁରୀ ଜିଲ୍ଲାରୁ ୭୦ଜଣ, ରାୟଗଡ଼ା ଜିଲ୍ଲାରୁ ୨୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୨୦ଜଣ, ସୋନପୁର ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୫୮ଜଣ, ଷ୍ଟେଟ୍‌ ପୁଲ୍‌ରୁ ୮୧ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୫୫୩୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୨୪୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୧୧୨୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୪୬୧୭୨୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.