ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୯୮୯ ସଂକ୍ରମିତ ଚିହ୍ନଟ, ୨ ଜଣଙ୍କ ମୃତ୍ୟୁ

0 65

ଭୁବନେଶ୍ୱର ୧୫।୦୪: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୯୮୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣଙ୍କର କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ କଳାହାଣ୍ଡି ଏବଂ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ବୋଲି ଜଣାପଡିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୫୮୩୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୬୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୧୭୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୩୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୪୯୬୨୯୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.