ରାଜ୍ୟରେ ଗୋଟିଏ ଦିନରେ ୩୬୬୪ କରୋନା ଆକ୍ରାନ୍ତ ଚିହ୍ନଟ. ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୮୨୫୮

64

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୩୬୬୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୮୨୫୮ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୪୪୮୨୫ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୨୧୪୩୬ ରହିଛି ।

ଆଜି ଚିହ୍ନଟ ହୋଇଥିବା ୩୬୬୪ ଜଣଙ୍କ ମଧ୍ୟରୁ ୨୧୨୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୫୩୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୭୦୪ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୯ ଜଣ, ବରଗଡ଼ରୁ ୨୧୦ ଜଣ, ଭଦ୍ରକରୁ ୨୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୭୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୬, କଟକରୁ ୧୯୮ ଜଣ, ଦେବଗଡ ଜିଲ୍ଲାରୁ ୩୦ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୭ ଜଣ, ଗଜପତି ଜିଲ୍ଲାରୁ ୬୩, ଗଞ୍ଜାମରୁ ୬୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୬୮ ଜଣ, ଯାଜପୁରରୁ ୫୮ ଜଣ, ଝାରସୁଗୁଡ଼ାରୁ ୧୮୩ ଜଣ, କଳାହାଣ୍ଡିରୁ ୩୨୪ ଜଣ, କନ୍ଧମାଳ ଜିଲ୍ଲାରୁ ୧୬ ଜଣ, କେନ୍ଦ୍ରାପଡ଼ାରୁ ୨୯ ଜଣ, କେନ୍ଦୁଝରରୁ ୫୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୭୦୪ ଜଣ, କୋରାପୁଟରୁ ୩୯ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୧୯ ଜଣ, ନବରଙ୍ଗପୁରରୁ ୮୧ ଜଣ, ନୟାଗଡ଼ରୁ ୨୮ ଜଣ, ନୂଆପଡ଼ାରୁ ୨୨୧ ଜଣ, ପୁରୀରୁ ୧୪୩ ଜଣ, ରାୟଗଡ଼ାରୁ ୫୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୯୯ ଜଣ, ସୋନପୁରରୁ ୧୬ ଜଣ, ସୁନ୍ଦରଗଡ଼ରୁ ୩୪୦ ଜଣ ଓ ଷ୍ଟେଟ୍ ପୁଲରୁ ୧୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.