କୁମ୍ଭମେଳା ଅଂଶଗ୍ରହଣକାରୀଙ୍କୁ ସଙ୍ଗରୋଧ ବାଧ୍ୟତାମୂଳକ

61

ଭୁବନେଶ୍ୱର : କୁମ୍ଭମେଳାରେ ଭାଗ ନେବାକୁ ଉତ୍ତରାଖଣ୍ଡ ସରକାରଙ୍କ ନିକଟରେ ପଞ୍ଜିକୃତ ବ୍ୟକ୍ତିଙ୍କ ନାମ ସେୟାର କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ମ୍ୟୁନିସିପାଲିଟି କମିଶନରଙ୍କୁ ଏହି ପଞ୍ଜିକୃତ ବ୍ୟକ୍ତିମାନଙ୍କ ତାଲିକା ପ୍ରଦାନ କରିଛନ୍ତି ଏବଂ ତାଲିକାରେ ନାମ ଥିବା ବ୍ୟକ୍ତିଙ୍କ ସହ ଯୋଗାଯୋଗ କରି ଓଡ଼ିଶା ଫେରିବା ପୂର୍ବରୁ ଆର୍ଟିପିସିଆର ଟେଷ୍ଟ କରାଇ ନେବାକୁ ପରାମର୍ଶ ଦେବାକୁ ଏସ୍ଆରସି ଚିଠିରେ ଉଲ୍ଲେଖ କରିଛନ୍ତି । କୁମ୍ଭମେଳାରେ ଭାଗ ନେଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ଚିହ୍ନଟ କରିବା ସହ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିବାକୁ କୁହାଯାଇଛି । ଏଥିସହ ଭାଗ ନେଇଥିବା ବ୍ୟକ୍ତି ୧୪ଦିନ ପାଇଁ ବାଧ୍ୟତାମୂଳକ ଭାବେ କ୍ୱାରେଣ୍ଟାଇନ୍ରେ ରହିବେ । ଆଶା ଏବଂ ଅଙ୍ଗନୱାଡି କର୍ମୀ ଫେରନ୍ତାଙ୍କ ଘରକୁ ପରିଦର୍ଶନରେ ଯାଇ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବେ । ସମସ୍ତ କୁମ୍ଭ ଫେରନ୍ତା ନିଜକୁ ସ୍ୱେଚ୍ଛାକୃତ ଭାବେ ଆଇସୋଲେସନ୍ରେ ରଖିବା ସହ ସ୍ୱାସ୍ଥ୍ୟାବସ୍ଥା ନେଇ ବିଡିଓ,ମ୍ୟୁନିସିପାଲ, ଏନ୍ଏସି ଅଫିସର,ପିଏଚ୍ସି, ସିଏଚ୍ସିକୁ ରିପୋର୍ଟ କରିବେ ।

Comments are closed.