ରାଜ୍ୟରେ ୨୪ ଘଣ୍ଟାରେ ୪୪୪୫ ପଜିଟିଭ୍ ଚିହ୍ନଟ

0 61

ଭୁବନେଶ୍ବର ୧୯।୦୪ : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୪୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୮୨୫୮ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୭୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୮୭୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨୩ଜଣ, ବରଗଡ଼ ଜିଲ୍ଲାରୁ ୧୭୮ଜଣ, ଭଦ୍ରକ ଜିଲ୍ଲାରୁ ୪୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬୮ଜଣ, ବୌଦ୍ଧ ଜିଲ୍ଲାରୁ ୨୧ଜଣ, କଟକ ଜିଲ୍ଲାରୁ ୨୫୧ଜଣ, ଦେଓଗଡ଼ ଜିଲ୍ଲାରୁ ୩୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୦ଜଣ, ଗଜପତି ଜିଲ୍ଲାରୁ ୧୦ଜଣ, ଗଞ୍ଜାମ ଜିଲ୍ଲରାୁ ୬୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩୩ଜଣ, ଯାଜପୁର ଜିଲ୍ଲାରୁ ୫୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩୧ଜଣ, କଳାହାଣ୍ଡି ଜିଲ୍ଲାରୁ ୨୭୩ଜଣ, କନ୍ଧମାଳ ଜିଲ୍ଲାରୁ ୨୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୫ଜଣ, କେନ୍ଦୁଝର ଜିଲ୍ଲାରୁ ୭୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୮୭ଜଣ, କୋରାପୁଟ ଜିଲ୍ଲାରୁ ୨୧ଜଣ, ମାଲକାନଗିରି ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨୭ଜଣ, ନୟାଗଡ଼ ଜିଲ୍ଲାରୁ ୫୦ଜଣ, ନୂଆପଡ଼ା ଜିଲ୍ଲାରୁ ୪୩୭ଜଣ, ପୁରୀ ଜିଲ୍ଲାରୁ ୨୧୯ଜଣ, ରାୟଗଡ଼ା ଜିଲ୍ଲାରୁ ୫୩ଜଣ, ସମ୍ବଲପୁର ଜିଲ୍ଲାରୁ ୨୪୧ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୨୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୨୫ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୭୨୭୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୫୬୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୬୧୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୬୩୬୦୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.