କରୋନାରେ ଦେଶରେ ଗତ ୨୪ ଘଂଟାରେ ୨,୯୫,୦୪୧ ନୂଆ ମାମଲା

72

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୨,୯୫,୦୪୧ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨,୦୨୩ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା : ୧,୫୬,୧୬,୧୩୦ ପହଂଚିଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୧,୫୭,୫୩୮ ଥିବା ବେଳେ ବର୍ତମାନ ସୁଦ୍ଧା ୧,୮୨,୫୫୩ ଜଣ ମୃତ୍ୟୁ ବରଣ କରିଛନ୍ତି ।

ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୬,୩୯,୩୫୭ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୨୭,୧୦,୫୩,୩୯୨ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା

Comments are closed.