ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୩,୧୪,୮୩୫ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨,୧୦୪ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା : ୧,୫୯,୩୦,୯୬୫ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୨,୯୧,୪୨୮ ଥିବା ବେଳେ ବର୍ତମାନ ସୁଦ୍ଧା ୧,୮୪,୬୫୭ ଜଣ ମୃତ୍ୟୁ ବରଣ କରିଛନ୍ତି ।
ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୬,୫୧,୭୧୧ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୨୭,୨୭,୦୫,୧୦୩ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା
Comments are closed.