କରୋନାରେ ଦେଶରେ ଗତ ୨୪ ଘଂଟାରେ ୩,୩୨,୭୩୦ ନୂଆ ମାମଲା

FILE PHOTO: People wait to receive a dose of COVISHIELD, a COVID-19 vaccine manufactured by Serum Institute of India, in Mumbai, India, March 1, 2021. REUTERS/Francis Mascarenhas/File Photo
153

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୩,୩୨,୭୩୦ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨,୨୬୩ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା : ୧,୬୨,୬୩,୬୯୫ ପହଂଚିଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୪,୨୮,୬୧୬ ଥିବା ବେଳେ ବର୍ତମାନ ସୁଦ୍ଧା ୧,୮୬,୯୨୦ ଜଣ ମୃତ୍ୟୁ ବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୭,୪୦,୫୫୦ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୨୭,୪୪,୪୫,୬୫୩ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା

Comments are closed.