ରାଜ୍ୟରେ ୨୪ ଘଣ୍ଟାରେ ୬୬୪୭ ପଜିଟିଭ୍ ଚିହ୍ନଟ

0 95

ଭୁବନେଶ୍ବର ୨୪।୦୪ : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୬୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୫୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୭୯୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ୧୪୧, ବାଲେଶ୍ୱର ୫୩ଜଣ, ବରଗଡ଼ ୨୯୦ଜଣ, ଭଦ୍ରକ ଜିଲ୍ଲାରୁ ୪୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୩୪ଜଣ, ବୌଦ୍ଧ ଜିଲ୍ଲାରୁ ୩୯ଜଣ, କଟକ ଜିଲ୍ଲାରୁ ୩୩୬ଜଣ, ଦେଓଗଡ଼ ଜିଲ୍ଲାରୁ ୩୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୪ଜଣ, ଗଜପତି ଜିଲ୍ଲାରୁ ୯୬ଜଣ, ଗଞ୍ଜାମ ଜିଲ୍ଲାରୁ ୧୬୧ଜଣ, ଜଗତସିଂହପୁର ଜିଲ୍ଲାରୁ ୬୫ଜଣ, ଯାଜପୁର ଜିଲ୍ଲାରୁ ୧୩୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୪୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬୧ଜଣ, କନ୍ଧମାଳ ଜିଲ୍ଲାରୁ ୨୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୮୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୮୯ଜଣ, କୋରାପୁଟ ଜିଲ୍ଲାରୁ ୬୭ଜଣ, ମାଲକାନଗିରି ଜିଲ୍ଲାରୁ ୧୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୨୪ଜଣ, ନୟାଗଡ଼ ଜିଲ୍ଲାରୁ ୧୧୦ଜଣ, ନୂଆପଡ଼ା ଜିଲ୍ଲାରୁ ୫୫୯ଜଣ, ପୁରୀ ଜିଲ୍ଲାରୁ ୩୯୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୧୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୭୫ଜଣ, ସୋନପୁର ଜିଲ୍ଲାରୁ ୨ଜଣ , ସୁନ୍ଦରଗଡ଼ ଜିଲ୍ଲାରୁ ୭୮୮ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୬୬ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୦୧୩୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୩୦୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୫୬୦୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୮୩୪୪୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.