କରୋନାରେ ଦେଶରେ ଗତ ୨୪ ଘଂଟାରେ ୩,୨୩,୧୪୪ ନୂଆ ମାମଲା

119

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୩,୨୩,୧୪୪ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨୭୭୧ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୭୬,୩୬,୩୦୭ ପହଂଚିଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୮,୮୨,୨୦୪ ଥିବା ବେଳେ ବର୍ତମାନ ସୁଦ୍ଧା ୧,୯୭,୮୯୪ ଜଣ ମୃତ୍ୟୁବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୬,୫୮,୭୦୦ନମୂନାର ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୨୮,୦୯,୭୯,୮୭୭ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା

Comments are closed.