ରାଜ୍ୟରେ କରୋନାରେ ଆଉ ୧୦ ଜଣଙ୍କ ମୃତ୍ୟୁ

Municipal workers in protective gear carry the body a woman who died due to coronavirus disease (COVID-19), for her cremation at a crematorium in Ahmedabad, India, April 17, 2020. REUTERS/Amit Dave
0 153

ଭୁବନେଶ୍ୱର ୨୮।୦୪: ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୩୮୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଖୋର୍ଦ୍ଧା, ଗଞ୍ଜାମ, ବୌଦ୍ଧ ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୨୮୫୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୨୪୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୭୧୨୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୨୦୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୯୯୭୧୪୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.