କରୋନାରେ ଦେଶରେ ଗତ ୨୪ ଘଂଟାରେ ୩,୬୦,୯୬୦ ନୂଆ ମାମଲା

79

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୩,୬୦,୯୬୦ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୩୨୯୩ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୭୯,୯୭,୨୬୭ ପହଂଚିଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୯,୭୮,୭୦୯ ଥିବା ବେଳେ ବର୍ତମାନ ସୁଦ୍ଧା ୨,୦୧,୧୮୭ ଜଣ ମୃତ୍ୟୁବରଣ କରିଛନ୍ତି ।

ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୭,୨୩,୯୧୨ ନମୂନାର ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୨୮,୨୭,୦୨,୭୮୯ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା

Comments are closed.