ରାଜ୍ୟରେ ଗୋଟିଏ ଦିନରେ ୮୦୧୫ କରୋନା ଆକ୍ରାନ୍ତ ଚିହ୍ନଟ. ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୬୨୬୨୨

43

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୮୦୧୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୬୨୬୨୨ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୯୧୦୪୮ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୬୯୪୫୩ ରହିଛି । ଆଜି ଚିହ୍ନଟ ହୋଇଥିବା ୮୦୧୫ ଜଣଙ୍କ ମଧ୍ୟରୁ ୪୫୬୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୪୪୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୧୨୭୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫୨୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦୦ ଜଣ, ବରଗଡ଼ରୁ ୩୯୦ ଜଣ, ଭଦ୍ରକରୁ ୧୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି ବଲାଙ୍ଗୀରରୁ ୧୯୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୧୦୩, କଟକରୁ ୪୮୨ ଜଣ, ଦେବଗଡ ଜିଲ୍ଲାରୁ ୧୦୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୬ ଜଣ, ଗଜପତି ଜିଲ୍ଲାରୁ ୧୨୦, ଗଞ୍ଜାମରୁ ୧୬୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୪୯ ଜଣ, ଯାଜପୁରରୁ ୧୯୪ ଜଣ, ଝାରସୁଗୁଡ଼ାରୁ ୩୮୬ ଜଣ, କଳାହାଣ୍ଡିରୁ ୧୭୪ ଜଣ, କନ୍ଧମାଳ ଜିଲ୍ଲାରୁ ୬୧ ଜଣ. କେନ୍ଦ୍ରାପଡ଼ାରୁ ୭୦ ଜଣ, କେନ୍ଦୁଝରରୁ ୭୫ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୧୨୭୫ ଜଣ, କୋରାପୁଟରୁ ୧୨୭ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୩୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୯୯ ଜଣ, ନବରଙ୍ଗପୁରରୁ ୩୨୦ ଜଣ, ନୟାଗଡ଼ରୁ ୧୮୭ ଜଣ, ନୂଆପଡ଼ାରୁ ୨୬୪ ଜଣ, ପୁରୀରୁ ୩୨୬ ଜଣ, ରାୟଗଡ଼ାରୁ ୧୫୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୪୪୧ ଜଣ, ସୋନପୁରରୁ ୨୦୭ ଜଣ, ସୁନ୍ଦରଗଡ଼ରୁ ୭୩୫ ଜଣ ଓ ଷ୍ଟେଟ୍ ପୁଲରୁ ୨୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.