ରାଜ୍ୟରେ ଗତ ୨୪ଘଣ୍ଟାରେ ୮୯୧୪ ପଜିଟିଭ୍ ଚିହ୍ନଟ

0 66

ଭୁବନେଶ୍ବର : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୮୯୧୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୭୧୫୩୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୮୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୮୩୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଅନୁଗୋଳରୁ ୩୩୧ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ୱରରୁ ୧୭୯, ବରଗଡରୁ ୪୫୨, ଭଦ୍ରକରୁ ୩୫୧, ବଲାଙ୍ଗୀରରୁ ୨୯୧, ବୌଦ୍ଧରୁ ୧୭୫, କଟକରୁ ୫୮୭, ଦେବଗଡରୁ ୧୦୩, ଢେଙ୍କାନାଳରୁ ୧୪୯, ଗଜପତିରୁ ୧୬୫, ଗଞ୍ଜାମରୁ ୨୬୨, ଜଗତସିଂପୁରରୁ ୧୦୯, ଯାଜପୁରରୁ ୨୩୨, ଝାରସୁଗୁଡାରୁ ୩୦୪, କଳାହାଣ୍ଡିରୁ ୨୩୬, କନ୍ଧମାଳରୁ ୬୨, କେନ୍ଦ୍ରାପଡାରୁ ୧୩୨, କେନ୍ଦୁଝରରୁ ୧୦୪, ଖୋର୍ଧାରୁ ୧୨୫୮, କୋରାପୁଟରୁ ୧୪୫, ମାଲକାନଗିରିରୁ ୭୩, ମୟୂରଭ଼ଞ୍ଜରୁ ୧୩୪, ନବରଙ୍ଗପୁରରୁ ୪୩୩, ନୟାଗଡରୁ ୧୯୪, ନୂଆପଡାରୁ ୨୭୮, ପୁରୀରୁ ୫୩୦, ରାୟଗଡାରୁ ୧୫୭, ସମ୍ବଲପୁରରୁ ୫୨୦, ସୋନପୁରରୁ ୧୨୧, ସୁନ୍ଦରଗଡରୁ ୫୯୨ ଜଣ ଆକ୍ରାନ୍ତ ରହିଛନ୍ତି ।

Leave A Reply

Your email address will not be published.