କରୋନାରେ ଦେଶରେ ଗତ ୨୪ ଘଂଟାରେ ୩,୫୭,୨୨୯ ନୂଆ ମାମଲା

0 73

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୩,୫୭,୨୨୯ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୩,୪୪୯ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୦୨,୮୨,୮୩୩ ପହଂଚିଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୪,୪୭,୧୩୩ ଥିବା ବେଳେ ବର୍ତମାନ ସୁଦ୍ଧା ୨,୨୨,୪୦୮ ଜଣ ମୃତ୍ୟୁ ବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୬,୬୩,୭୪୨ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୨୯,୩୩,୧୦,୭୭୯ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା

Leave A Reply

Your email address will not be published.