ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ

0 67

ଭୁବନେଶ୍ୱର : ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୨୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ବାଲେଶ୍ବର ଓ ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦୁଝର, ନୟାଗଡ଼, ସମ୍ବଲପୁର, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୦୦୧୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୧୫୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୧୬୪୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୨୧୨୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୦୩୬୭୪୧୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.