ଗୋଟିଏ ଦିନରେ ୧୦୫୨୧ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦୦୧୬୨

0 68

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୦୫୨୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦୦୧୬୨ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୪୧୬୪୦୩ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୮୧୫୮୫ ରହିଛି । ଆଜି ଚିହ୍ନଟ ହୋଇଥିବା ୧୦୫୨୧ ଜଣଙ୍କ ମଧ୍ୟରୁ ୫୯୪୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୫୭୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୧୪୭୭ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩୮୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୯୭ ଜଣ, ବରଗଡ଼ରୁ ୫୪୩ ଜଣ, ଭଦ୍ରକରୁ ୧୫୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି ବଲାଙ୍ଗୀରରୁ ୩୧୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୨୫୦, କଟକରୁ ୯୬୩ ଜଣ, ଦେବଗଡ ଜିଲ୍ଲାରୁ ୮୮ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୮ ଜଣ, ଗଜପତି ଜିଲ୍ଲାରୁ ୧୧୩, ଗଞ୍ଜାମରୁ ୧୯୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨୧୭ ଜଣ, ଯାଜପୁରରୁ ୩୭୩ ଜଣ, ଝାରସୁଗୁଡ଼ାରୁ ୩୧୪ ଜଣ, କଳାହାଣ୍ଡିରୁ ୫୭୧ ଜଣ, କନ୍ଧମାଳ ଜିଲ୍ଲାରୁ ୭୨ ଜଣ. କେନ୍ଦ୍ରାପଡ଼ାରୁ ୧୨୧ ଜଣ, କେନ୍ଦୁଝରରୁ ୧୯୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୧୪୭୭ ଜଣ, କୋରାପୁଟରୁ ୧୮୨ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୮୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୨୮୮ ଜଣ, ନବରଙ୍ଗପୁରରୁ ୪୦୪ ଜଣ, ନୟାଗଡ଼ରୁ ୨୨୪ ଜଣ, ନୂଆପଡ଼ାରୁ ୩୦୪ ଜଣ, ପୁରୀରୁ ୩୧୯ ଜଣ, ରାୟଗଡ଼ାରୁ ୧୪୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୪୬୦ ଜଣ, ସୋନପୁରରୁ ୧୧୨ ଜଣ, ସୁନ୍ଦରଗଡ଼ରୁ ୧୧୬୮ଜଣ ଓ ଷ୍ଟେଟ୍ ପୁଲରୁ ୨୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.