ମୁଖ୍ୟମନ୍ତ୍ରୀଙ୍କୁ ବୁଲାକୁକୁର-ଗାଈଗୋରୁଙ୍କ ଚିନ୍ତା : ଖାଦ୍ୟ ପାଇଁ ଦେଲେ ୬୦ଲକ୍ଷ

68

ଭୁବନେଶ୍ୱର :କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ଡାଉନ୍ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈଗୋରୁ ଓ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଙଋିରୁ ୫ ମହାନଗର ନିଗମ, ୪୮ଟି ମ୍ୟୁନିସିପାଲିଟି ଓ ୬୧ଟି ଏନ୍ଏସିମାନଙ୍କୁ ୬୦ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି । ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନମାନଙ୍କ ଜରିଆରେ ବୁଲା ପ୍ରାଣୀମାନଙ୍କୁ ଖାଦ୍ୟ ଯୋଗାଇଦେବେ । ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ ୨୦ହଜାର ଟଙ୍କା, କଟକ, ସମ୍ବଲପୁର, ରାଉରକେଲା, ଓ ବ୍ରହ୍ମପୁର ମହାନଗର ନିଗମ ଦୈନିକ ୧୦ହଜାର ଟଙ୍କା, ମ୍ୟୁନିସିପାଲିଟି ମାନେ ଦୈନିକ ୫ହଜାର ଟଙ୍କା ଓ ଏନ୍ଏସିମାନେ ଦୈନିକ ୨ହଜାର ଟଙ୍କା ଖର୍ଚ୍ଚ କରିପାରିବେ ।

Comments are closed.