ରାଜ୍ୟରେ କରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ

Municipal workers in protective gear carry the body a woman who died due to coronavirus disease (COVID-19), for her cremation at a crematorium in Ahmedabad, India, April 17, 2020. REUTERS/Amit Dave
0 81

ଭୁବନେଶ୍ୱର ୦୯।୦୫: ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୦୩୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା , କଳାହାଣ୍ଡି , ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ପୁରୀରୁ ୨ ଜଣ ରହିଛନ୍ତି । ସେହିପରି ଅନୁଗୁଳ, ବଲାଙ୍ଗୀର ଓ ଢ଼େଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୪୪୮୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୪୭୬୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୪୭୮୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ ରାଜ୍ୟରେ କୋଭିଡ଼ ଜନିତ ମୃତ୍ୟୁ ସଂଖ୍ୟା ୨୧୯୭ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୦୫୬୬୨୧୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.