କରୋନାରେ ଦେଶରେ ଗତ ୨୪ ଘଂଟାରେ ୩,୨୯,୯୪୨ ନୂଆ ମାମଲା

72

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା  ମଧ୍ୟରେ    ୩,୨୯,୯୪୨ ଟି ନୂଆ କରୋନା ମାମଲା ସାମନାକୁ ଆସିଛି ।  ଏହି ସମୟ ମଧ୍ୟରେ ମୋଟ    ୩,୮୭୬ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।  ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ  ସଂଖ୍ୟା   : : ୨,୨୯,୯୨,୫୧୭ ପହଂଚିଛି ।

ଆଜି   ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ   ସକ୍ରିୟ ରୋଗୀଙ୍କ ସଂଖ୍ୟା  ୩୭,୧୫,୨୨୧ ଥିବା ବେଳେ ବର୍ତମାନ ସୁଦ୍ଧା   ୨,୪୯,୯୯୨ ଜଣ ମୃତ୍ୟୁ  ବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା  ମଧ୍ୟରେ  କୋବିଡ ପାଇଁ   , ୧୮,୫୦,୧୧୦ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା  ୩୦,୫୬,୦୦,୧୮୭ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା

Comments are closed.