ରାଜଧାନୀରେ ବ୍ଲାକ୍ ଫଙ୍ଗସ୍ ଆତଙ୍କ

77

ଭୁବନେଶ୍ୱରେ : ରାଜଧାନୀ ଭୁବନେଶ୍ୱରରେ ବ୍ଲାକ୍ ଫଙ୍ଗସ୍ ଆତଙ୍କ । ୨୪ ଘଣ୍ଟା ଭିତରେ ଭୁବନେଶ୍ୱରରୁ ଚାରି ଚାରି ଜଣ ବ୍ଲାକ୍ ଫଙ୍ଗସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି କେୟାର୍ ହସ୍ପିଟାଲରୁ ଆଉ ୪ଜଣ ବ୍ଲାକ ଫଙ୍ଗସ ରୋଗୀ ଚିହ୍ନଟ ହୋଇଥିବା ନେଇ ଡାକ୍ତର ମିତାଲି କର ସୂଚନା ଦେଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମୁଣ୍ଡ ବିନ୍ଧିବା, ଆଖି ଫୁଲିଯିବା, ଅଣନିଃଶ୍ୱାସୀ ଲାଗିବା, ଅଧା ମୁଁହ ଫୁଲିଯିବା ଲକ୍ଷଣ ସହ ଜ୍ୱର ମଧ୍ୟ ରହୁଛି ।

ଏହାଛଡ଼ା ଏହି ରୋଗର ଆକ୍ରାନ୍ତ ରୋଗୀଙ୍କୁ ସବୁ କିଛି ଦୁଇ ଦୁଇଟି ଦେଖାଯିବାର ଲକ୍ଷଣ ରହୁଥିବା ଜଣାପଡ଼ିଛି । ଗତକାଲି ସୋମବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଜଣେ ୭୧ ବର୍ଷ ବୟସ୍କ ବ୍ଲାକ୍ ଫଙ୍ଗସରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା । ଗତ ୨୦ ତାରିଖରେ ସେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ୮ ତାରିଖରେ ତାଙ୍କ ଆଖି ଫୁଲିବା ସହ ନାକରୁ କଳାପାଣି ବାହାରିଥିଲା । ପୁରୁଣା ଏୟାର କୁଲର ବ୍ୟବହାର ଯୋଗୁଁ ସେ ସଂକ୍ରମିତ ହୋଇଥିବା ସନ୍ଦେହ କରାଯାଉଛି ।

Comments are closed.