ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି : ଶ୍ରୀମନ୍ଦିର ବାହାରେ ଚନ୍ଦନ ଯାତ୍ରା

48

ପୁରୀ : ଶ୍ରୀମନ୍ଦିର ବାହାରେ ହେବ ଚନ୍ଦନ ଯାତ୍ରା । ଆଜି ବସିଥିବା ଶ୍ରୀମନ୍ଦିର ଛତିଶାନିଯୋଗ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ଶ୍ରୀମନ୍ଦିରରେ ୧୪୪ ଧାରା ଲାଗୁ କରାଯାଇ ଚନ୍ଦନ ଯାତ୍ରା କରାଯିବ । ସୀମିତ ସଂଖ୍ୟକ ଅର୍ଥାତ୍ ୫୦ ରୁ ୭୦ ସେବାୟତଙ୍କୁ ନେଇ ଯାତ୍ରା କରାଯିବ । ସେବାୟତଙ୍କ ଆର୍ଟିପିସିଆର୍ ଟେଷ୍ଟ କରାଯିବ, ନେଗେଟିଭ ଥିବା ସେବାୟତଙ୍କୁ ଅନୁମତି ମିଳିବ । ରଥ ନିର୍ମାଣରେ ନିୟୋଜିତ ଲୋକଙ୍କୁ ଆଇସୋଲେସନ୍ରେ ରଖାଯିବ । ଉଭୟ ଚନ୍ଦନ ଯାତ୍ରା ଓ ରଥ
ନିର୍ମାଣ ବେଳେ ୧୪୪ ଧାରା ଜାରି କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି ।

ଦର୍ଶନ ପାଇଁ ଗଣମାଧ୍ୟମକୁ ଚନ୍ଦନ ଯାତ୍ରାର ଲାଇଭ୍ ଫିଡ୍ ଦିଆଯିବାକୁ ବ୍ୟବସ୍ଥା ହୋଇଛି । ଛତିଶା ନିଯୋଗ ମିଟିଂ ପରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଏହି ସୂଚନା ଦେଇଛନ୍ତି । ଆଜି ଛତିଶା ନିଯୋଗ ବୈଠକ ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା । ତେବେ କୋଭିଡ କଟକଣା ଭିତରେ ଚନ୍ଦନଯାତ୍ରା ପ୍ରସ୍ତୁତି ଆରମ୍ଭ ହୋଇଛି । ନରେନ୍ଦ୍ର ପୁଷ୍କରିଣୀକୁ ମଧ୍ୟ ପ୍ରସ୍ତୁତ କରାଯାଇଛି । ଡଙ୍ଗାରୁ ପାଣି କଢାଯାଇ ଚାପ ପ୍ରସ୍ତୁତ କରାଯାଉଛି । ଏବେ କରୋନା ମହାମାରୀ ଏକ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଥିବାରୁ କଟକଣା ଭିତରେ କିଭଳି ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଶେଷ ହେବ ସେନେଇ ଗୁରୁତ୍ୱ ଦିଆଯାଇଛି । ଏଥିପାଇଁ ବିନା ଭକ୍ତରେ ଚନ୍ଦନଯାତ୍ରା କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଥିବା ବେଳେ ସେବାୟତ ସଂଖ୍ୟା ବି ସୀମିତ କରିବାକୁ ସ୍ଥିର ହୋଇଛି । ଏଥିପାଇଁ ନୀତି ସଂପୃକ୍ତ ସେବାୟତଙ୍କ ତାଲିକା ପ୍ରସ୍ତୁତି ଚାଲିଛି ।

Comments are closed.