ରାଜ୍ୟରେ ଗୋଟିଏ ଦିନରେ ୧୦୬୪୯ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୬୨୯୭

63

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୦୬୪୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୬୨୯୭ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୪୭୩୬୮୦ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୧୦୦୩୧୩ ରହିଛି ।

ଆଜି ଚିହ୍ନଟ ହୋଇଥିବା ୧୦୬୪୯ ଜଣଙ୍କ ମଧ୍ୟରୁ ୫୯୬୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୬୮୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୧୫୫୭ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫୫୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୫୦୩ ଜଣ, ବରଗଡ଼ରୁ ୩୯୧ ଜଣ, ଭଦ୍ରକରୁ ୨୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୯୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୨୩୨, କଟକରୁ ୯୩୦ ଜଣ, ଦେବଗଡ ଜିଲ୍ଲାରୁ ୧୧୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୨୦ ଜଣ, ଗଜପତି ଜିଲ୍ଲାରୁ ୧୦୪, ଗଞ୍ଜାମରୁ ୨୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨୭୮ ଜଣ, ଯାଜପୁରରୁ ୩୦୭ ଜଣ, ଝାରସୁଗୁଡ଼ାରୁ ୩୬୮ ଜଣ, କଳାହାଣ୍ଡିରୁ ୨୬୩ ଜଣ, କନ୍ଧମାଳ ଜିଲ୍ଲାରୁ ୬୯ ଜଣ, କେନ୍ଦ୍ରାପଡ଼ାରୁ ୧୮୫ ଜଣ, କେନ୍ଦୁଝରରୁ ୧୭୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୧୫୫୭ ଜଣ, କୋରାପୁଟରୁ ୧୬୪ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୪୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୪୦୪ ଜଣ, ନବରଙ୍ଗପୁରରୁ ୨୦୭ ଜଣ, ନୟାଗଡ଼ରୁ ୩୫୭ ଜଣ, ନୂଆପଡ଼ାରୁ ୩୩୧ ଜଣ, ପୁରୀରୁ ୩୩୫ ଜଣ, ରାୟଗଡ଼ାରୁ ୧୬୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୪୯୪ ଜଣ, ସୋନପୁରରୁ ୧୯୫ ଜଣ, ସୁନ୍ଦରଗଡ଼ରୁ ୭୭୪ ଜଣ ଓ ଷ୍ଟେଟ୍ ପୁଲରୁ ୨୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.