ଶ୍ରୀମନ୍ଦିର ସେବାୟତଙ୍କୁ ଆର୍ଥିକ ସହାୟତା

70

ପୁରୀ : କରୋନା ପାଇଁ ଶ୍ରୀମନ୍ଦିର ଶ୍ରଦ୍ଧାଳୁଙ୍କ ଲାଗି ବନ୍ଦ ଥିବାରୁ ସେବାୟତଙ୍କୁ ସହାୟତା ପ୍ରଦାନ କରାଯାଇଛି । ସେବାୟତଙ୍କୁ ଆର୍ଥିକ ସହାୟତା ପ୍ରଦାନ କଲା ଶ୍ରୀମନ୍ଦିର ପ୍ରଶାସନ । ମୋଟ ୨୪୬୩ ସେବାୟତଙ୍କୁ ପ୍ରତ୍ୟେକ ୧୦ ହଜାର ଲେଖାଏଁ ପ୍ରଦାନ କରାଯାଇଛି । ମୋଟ ୨ କୋଟି ୪୬ ଲକ୍ଷ ୩୦ ହଜାର ପ୍ରଦାନ ନେଇ ନୀତି ପ୍ରଶାସକ ସୂଚନା ଦେଇଛନ୍ତି । କୋଭିଡ୍ -୧୯ ମୁକାବିଲା ଲାଗି ଶ୍ରୀଜଗନ୍ନାଥ ମନ୍ଦିର ବନ୍ଦ ରହିଥିବାରୁ ସେବାୟତମାନଙ୍କ ଆର୍ଥିକ ଅବସ୍ଥା ଉପରେ ଏହାର ପ୍ରଭାବ ପଡ଼ିଛି । ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ସେବାୟତଙ୍କୁ ଗତବର୍ଷ ମଧ୍ୟ ୧୦, ୦୦୦ ଟଙ୍କା ଲେଖାଁଏ ପ୍ରଦାନ କରାଯାଇଥିଲା । ଏହି ଟଙ୍କା ଦୁଇଟି କିସ୍ତିରେ ପ୍ରଦାନ କରାଯାଇଥିଲା । ମହାମାରୀ କରୋନା ଯୋଗୁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିଛି । ଯାହା ସେବାୟତମାନଙ୍କ ଆର୍ଥିକ ସ୍ଥିତକୁ ଦୁର୍ବଳ କରିଦେଇଛି । ଏଣୁ ଏହି ବିପତ୍ତି ସମୟରେ ଶ୍ରୀମନ୍ଦିର ପ୍ରଶାସନ ସେବାୟତମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଛି ।

Comments are closed.