ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ୨୨ ଜଣଙ୍କର ମୃତ୍ୟୁ

60

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୨୨ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୨୨୭୩ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତଥ୍ୟ ଅନୁସାରେ ଖୋର୍ଦ୍ଧାରୁ ସର୍ବାଧିକ ୪ଜଣ କରୋନାରେ ଜୀବନ ହାରିଛନ୍ତି । ସେହିପରି ଅନୁଗୋଳରୁ ୩ଜଣ, କେନ୍ଦ୍ରାପଡା, ରାୟଗଡା, କଳାହାଣ୍ଡି ଓ ସୁନ୍ଦରଗଡରୁ ୨ ଜଣ ବୌଦ୍ଧ, ଦେବଗଡ, କଟକ, ଗଜପତି, ଗଞ୍ଜାମ, ବଲାଙ୍ଗୀର, କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । 

ଅନୁଗୁଳ ଜିଲ୍ଲାର ଜଣେ ୪୦ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେହିପରି ଏହି ଜିଲ୍ଲାର ଜଣେ ୨୪ ବର୍ଷୀୟ ପୁରୁଷ, ଜଣେ ୭୩ ବର୍ଷୀୟ ପୁରୁଷ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । 

ଭୁବନେଶ୍ୱରର ଜଣେ ୬୬ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।ସେହିପରି ଭୁବନେଶ୍ୱରର ଜଣେ ୭୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ବଲଙ୍ଗୀର ଜିଲ୍ଲାର ଜଣେ ୪୭ ବର୍ଷୀୟ ମହିଳା କରୋନା ଆକ୍ରାନ୍ତ ଓ ବୌଦ୍ଧ ଜିଲ୍ଲାର ଜଣେ ୫୦ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେହିପରି କଟକ ଜିଲ୍ଲାର ଜଣେ ୯୭ ବର୍ଷୀୟ ମହିଳା କରୋନା ଆକ୍ରାନ୍ତ ତଥା ଦେବଗଡ ଜିଲ୍ଲାର ଜଣେ ୫୯ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେହିପରି ଗଂଜାମ ଜିଲ୍ଲାର ଜଣେ ୭୨ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ତଥା ଗଜପତି ଜିଲ୍ଲାର ଜଣେ ୪୬ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସ୍ୱାସ୍ଥ୍ୟ ବିଭାଗ ପ କ୍ଷରୁ ସୂଚନା ଦିଆ ଯାଇଛି । କେନ୍ଦ୍ରାପଡା ଜିଲ୍ଲାର ଜଣେ ୫୯ ବର୍ଷୀୟା ପୁରୁଷ କରୋନା ଆକ୍ରାନ୍ତ ତଥା ଏହି ଜିଲ୍ଲାର ଜଣେ ୬୫ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଖୋର୍ଧା ଜିଲ୍ଲାର ଜଣେ ୬୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତ ଓ ଏହି ଜିଲ୍ଲାର ଅନ୍ୟ ଜଣେ ୪୭ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । କଲାହାଣ୍ଡି ଜିଲ୍ଲାର ଅନ୍ୟ ଜଣେ ୪୪ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । କଲାହାଣ୍ଡି ଜିଲ୍ଲାର ଅନ୍ୟ ଜଣେ ୫୦ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । 

କନ୍ଧମାଳ ଜିଲ୍ଲାର ଜଣେ ୬୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ରାୟଗଡା ଜିଲ୍ଲାର ଜଣେ ୪୯ ବର୍ଷୀୟ କରୋନା ଆକ୍ରାନ୍ତ ଓ ଅନ୍ୟ ଜଣେ ୩୬ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡର ଜଣେ ୭୪ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ତଥା ଜଣେ ୪୫ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । 

Comments are closed.