ରାଜ୍ୟରେ ଗୋଟିଏ ଦିନରେ ୧୨୩୯୦ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୮୮୬୮୭

62

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୨୩୯୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୮୮୬୮୭ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୪୭୩୬୮୦ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୧୦୪୦୧୬ ରହିଛି ।

ଆଜି ଚିହ୍ନଟ ହୋଇଥିବା ୧୨୩୯୦ ଜଣଙ୍କ ମଧ୍ୟରୁ ୬୯୩୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୫୪୫୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୧୫୫୭ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୪୦ ଜଣ, ବରଗଡ଼ରୁ ୫୦୭ ଜଣ, ଭଦ୍ରକରୁ ୪୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୪୬୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୨୨୮, କଟକରୁ ୭୧୯ ଜଣ, ଦେବଗଡ ଜିଲ୍ଲାରୁ ୧୦୮ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୭୪ ଜଣ, ଗଜପତି ଜିଲ୍ଲାରୁ ୧୧୫, ଗଞ୍ଜାମରୁ ୩୮୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨୫୯ ଜଣ, ଯାଜପୁରରୁ ୪୩୬ ଜଣ, ଝାରସୁଗୁଡ଼ାରୁ ୪୧୩ ଜଣ, କଳାହାଣ୍ଡିରୁ ୨୧୦ ଜଣ, କନ୍ଧମାଳ ଜିଲ୍ଲାରୁ ୧୦୨ ଜଣ. କେନ୍ଦ୍ରାପଡ଼ାରୁ ୧୩୭ ଜଣ, କେନ୍ଦୁଝରରୁ ୨୦୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୨୨୦୧ ଜଣ, କୋରାପୁଟରୁ ୨୪୬ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧୦୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୪୮୦ ଜଣ, ନବରଙ୍ଗପୁରରୁ ୩୬୨ ଜଣ, ନୟାଗଡ଼ରୁ ୩୦୧ ଜଣ, ନୂଆପଡ଼ାରୁ ୨୦୪ ଜଣ, ପୁରୀରୁ ୪୬୯ ଜଣ, ରାୟଗଡ଼ାରୁ ୧୮୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୬୭୭ ଜଣ, ସୋନପୁରରୁ ୧୭୮ ଜଣ, ସୁନ୍ଦରଗଡ଼ରୁ ୮୮୨ ଜଣ ଓ ଷ୍ଟେଟ୍ ପୁଲରୁ ୩୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.