ଚାଷୀଙ୍କ ଆକାଉଣ୍ଟକୁ ‘କାଳିଆ ଟଙ୍କା’ ଟଙ୍କା ପଠାଇବେ ମୁଖ୍ୟମନ୍ତ୍ରୀ

0 69

ଭୁବନେଶ୍ୱର ୧୪/୦୫: ଅକ୍ଷୟ ତୃତୀୟା ଅବସରରେ ରାଜ୍ୟର ଚାଷୀମାନଙ୍କୁ ମିଳିବ ‘କାଳିଆ’ ସହାୟତା ରାଶି । କୃଷକ ଦିବସ ଓ ଅକ୍ଷୟ ତୃତୀୟାର ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସହାୟତା ରାଶି ଶୁକ୍ରବାର ଚାଷୀଙ୍କ ଆକାଉଣ୍ଟକୁ ପଠାଇବେ । ଏକ ସ୍ୱତନ୍ତ୍ର ଭର୍ଚୁଆଲ ଉତ୍ସବରେ ଏ ସହାୟତା ରାଶିକୁ ମୁଖ୍ୟମନ୍ତ୍ରୀ ରାଜ୍ୟର କାଳିଆ ହିତାଧିକାରୀଙ୍କ ଜମାଖାତାକୁ ପଠାଇବାର ଶୁଭାରମ୍ଭ କରିବେ । ଉଲ୍ଳେଖଯୋଗ୍ୟ, ୨୦୧୯ ନିର୍ବାଚନ ପୂର୍ବରୁ ରାଜ୍ୟରେ ଚାଷୀମାନଙ୍କୁ ଖରିଫ ଓ ରବି ଫସଲ ପାଇଁ ସହାୟତା କରିବାକୁ ରାଜ୍ୟ ସରକାର ଅଭିନବ ‘କାଳିଆ’ ଯୋଜନା ଆରମ୍ଭ କରିଥିଲେ । ଭୋଟ ପୂର୍ବରୁ ଓ ପରେ କାଳିଆକୁ ନେଇ ବିତର୍କ ଲାଗି ରହିଥିଲା ବେଳେ ଶେଷ ଥର ପାଇଁ ଗତ ଫେବ୍ରୁଆରୀ ମାସ ଦ୍ୱିତୀୟ ସପ୍ତାହରେ ମୁଖ୍ୟମନ୍ତ୍ରୀ ‘କାଳିଆ’ ସହାୟତା ବଣ୍ଟନ କରିଥିଲେ । ଏଥିରେ ମୋଟ ୫୩ ଲକ୍ଷ ଚାଷୀ ଲାଭବାନ ହୋଇଥିଲେ ।

Leave A Reply

Your email address will not be published.