କରୋନାରେ ଦେଶରେ ଗତ ୨୪ ଘଂଟାରେ ୩,୨୬,୦୯୮ ନୂଆ ମାମଲା

104

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୩,୨୬,୦୯୮ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୩,୮୯୦ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା : : ୨,୪୩,୭୨,୯୦୭ ପହଂଚିଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୬,୭୩,୮୦୨ ଥିବା ବେଳେ ବର୍ତମାନ ସୁଦ୍ଧା ୨,୬୬,୨୦୭ ଜଣ ମୃତ୍ୟୁ ବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୬,୯୩,୦୯୩ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୩୧,୩୦,୧୭,୧୯୩ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା

Comments are closed.