ରାଜ୍ୟରେ ଗତ ୨୪ଘଣ୍ଟାରେ ୧୧୭୩୨ ପଜିଟିଭ୍ ଚିହ୍ନଟ

0 41

ଭୁବନେଶ୍ୱର ୧୬।୦୫ : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୭୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୧୨୨୨୪ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୬୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୧୬୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୦୦ଜଣ, ବାଲେଶ୍ୱର ଜିଲ୍ଲାରୁ ୪୭୨ଜଣ, ବରଗଡ଼ ଜିଲ୍ଲାରୁ ୩୬୩ଜଣ, ଭଦ୍ରକ ଜିଲ୍ଲାରୁ ୪୧୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୦୧ଜଣ, ବୌଦ୍ଧ ଜିଲ୍ଲାରୁ ୨୭୭ଜଣ, କଟକ ଜିଲ୍ଲାରୁ ୮୭୦ଜଣ, ଦେଓଗଡ଼ ଜିଲ୍ଲାରୁ ୧୨୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫୩ଜଣ, ଗଜପତି ଜିଲ୍ଲାରୁ ୭୭ଜଣ, ଗଞ୍ଜାମ ଜିଲ୍ଲାରୁ ୨୫୯ଜଣ, ଜଗତସିଂହପୁର ଜିଲ୍ଲାରୁ ୩୩୦ଜଣ, ଯାଜପୁର ଜିଲ୍ଲାରୁ ୩୮୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୯୧ଜଣ, କଳାହାଣ୍ଡି ଜିଲ୍ଲାରୁ ୨୭୪ଜଣ, କନ୍ଧମାଳ ଜିଲ୍ଲାରୁ ୮୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୨୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭୧୦ଜଣ, କୋରାପୁଟ ଜିଲ୍ଲାରୁ ୨୮୯ଜଣ,.ମାଲକାନଗିରି ଜିଲ୍ଲାରୁ ୧୪୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୧୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୧୭ଜଣ, ନୟାଗଡ଼ ଜିଲ୍ଲାରୁ ୨୬୧ଜଣ, ନୂଆପଡ଼ା ଜିଲ୍ଲାରୁ ୨୨୦ଜଣ, ପୁରୀ ଜିଲ୍ଲାରୁ ୩୯୦ଜଣ, ରାୟଗଡ଼ା ଜିଲ୍ଲାରୁ ୨୪୫ଜଣ, ସମ୍ବଲପୁର ଜିଲ୍ଲାରୁ ୫୩୮ଜଣ, ସୋନପୁର ଜିଲ୍ଲାରୁ ୨୫୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୪୧ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୬୭ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୧୨୨୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୭୪୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୦୨୪୫୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୮୮୨୭୫୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.