ରାଜ୍ୟରେ ୨୪ ଘଂଟାରେ କରୋନାରେ ୧୯ ଜଣଙ୍କର ମୃତ୍ୟୁ

0 70

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୧୯ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୨୩୧୩ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତଥ୍ୟ ଅନୁସାରେ ଖୋର୍ଦ୍ଧାରୁ ସର୍ବାଧିକ ୪ଜଣ କରୋନାରେ ଜୀବନ ହାରିଛନ୍ତି । ସେହିପରି ଅନୁଗୋଳ, ରାୟଗଡା ଜିଲ୍ଲାରୁୁ ୩-୩ ଜଣ, ନୂଆପଡା ଓ ସୁନ୍ଦରଗଡ ଜିଲ୍ଲାରୁ ୨-୨ ଜଣ, ଗଜପତି, କେନ୍ଦ୍ରାପଡା, ନବରଙ୍ଗପୁର, ନୟାଗଡ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।

Leave A Reply

Your email address will not be published.