ଜୁନ୍ ୧୫ ଯାଏ ଜଗା ଦର୍ଶନ ମନା

66

ପୁରୀ : ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ୧୦ ହଜାର ଉପରେ ରହିଥିବା ବେଳେ ପୁରୀରୁ ଆସିଛି ବଡ ଖବର । ଜୁନ୍ ୧୫ ଯାଏଁ ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର । କରୋନା ସଂକ୍ରମଣ ରାଜ୍ୟରେ ବଢୁଥିବା ଦେଖି ଏପରି ଏକ ବଡ ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ । ତେବେ ଏହି ସମୟରେ ଯଥାରୀତି ମହାପ୍ରଭୁଙ୍କର ନୀତି ସମ୍ପନ୍ନ ହେବ ବୋଲି କୁହାଯାଇଛି ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ, ଏସ୍ ପି ଏବଂ ଶ୍ରୀମନ୍ଦିର ଅଫିସିଆଲଙ୍କୁ ନେଇ ଏକ ଗୁରୁତ୍ୱୂର୍ଣ୍ଣ ବୈଠକ ବସିଥିଲା । ଏହି ବୈଠକରେ ସଂକ୍ରମଣକୁ ଆଖି ଆଗରେ ରଖି ଶ୍ରୀମନ୍ଦିରକୁ ଜୁନ୍ ୧୫ ଯାଏଁ ଭକ୍ତଙ୍କ ପ୍ରବେଶ ନିଷେଧ କରାଯାଇଛି । ତେବେ ଆଗକୁ ମହାପ୍ରଭୁଙ୍କ ବିଶ୍ୱ୍ରସିଦ୍ଧ ରଥଯାତ୍ରା ହେବାକୁ ଯାଉଛି । ଏହାକୁ ଆଖି ଆଗରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏଭଳି ଆଗୁଆ ନିଷ୍ପତ୍ତି ନେଇଥିବା କୁହାଯାଉଛି । ଏପଟେ ଏବେ ପୁରୀରେ ମହାପ୍ରଭୁଙ୍କର ଚନ୍ଦନ ଯାତ୍ରା ମଧ୍ୟ କୋଭିଡ୍ କଟକଣାରେ ପାଳନ ହେଉଛି ।

Comments are closed.