କରୋନା ଚିନ୍ତା: ଫୋକସ୍ ରେ ଗାଁ, ୨୪ରୁ ଘରକୁ ଘର ସର୍ଭେ

67

-ସରପଞ୍ଚଙ୍କୁ ପୁଣି ମିଳିଲା ଜିଲ୍ଲାପାଳଙ୍କ କ୍ଷମତା

-ଗାଁ କଲ୍ୟାଣ ସମିତିକୁ ମିଳିବ ପ୍ରୋତ୍ସାହନ

-ଗାଁ କଲ୍ୟାଣ ସମିତିକୁ ମିଳିବ ପ୍ରୋତ୍ସାହନ

ଭୁବନେଶ୍ୱର : କରୋନା ବିରୋଧରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ଗୁରୁତ୍ୱୂର୍ଣ୍ଣ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ବୈଠକରେ ଯୋଗଦେବା ସହ କହିଛନ୍ତି ଯେ ଗତ ଏକମାସରୁ ଊର୍ଦ୍ଧ୍ୱ ସମୟ ଧରି ଓଡିଶାରେ ସଂକ୍ରମଣ ବଢୁଛି । ମହାପ୍ରଭୁଙ୍କ ଆଶୀର୍ବାଦରୁ ଆମେ ପରିସ୍ଥିତିକୁ ମୋଟାମୋଟି ଭାବରେ ନିୟନ୍ତ୍ରଣରେ ରଖିବା ସହ ରୋଗୀକୁ ସେବା ଯୋଗାଇ ଦେବା ଦିଗରେ କାମ କରିଚାଲିଛୁ । ଆମ ପ୍ରଶାସନ ଓ ସ୍ୱାସ୍ଥ୍ୟକର୍ମୀମାନେ ଯେପରି ଦିନରାତି କାମ କରିଚାଲିଛନ୍ତି, ସେଥିାଇଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ସେମାନଙ୍କର ଉଚ୍ଚପ୍ରଶଂସା କରିଥିଲେ ।

କୋଭିଡ ସଂକ୍ରମଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପତ୍ନୀ ଏବଂ ବାପାମାଙ୍କୁ ହରାଇ ଥିବା ପିଲାଙ୍କୁ ମଧୁବାବୁ ପେନ୍ସନ୍ ଯୋଜନାରେ ସାମିଲ କରାଯିବ ବୋଲି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହି ପରି ଗତବର୍ଷ ପରି ସରପଞ୍ଚମାନେ ଜିଲ୍ଲାପାଳ ଦାୟିତ୍ୱ ଫେରିପାଇବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡ ପରିଚାଳନାରେ ଗୋଷ୍ଠୀକୁ ମୁଖ୍ୟ ସ୍ତମ୍ଭ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆରମ୍ଭରୁ ହିଁ ଗ୍ରାମ ପଞ୍ଚାୟତ ଓ ଗାଁ କଲ୍ୟାଣ ସମିତି ଏଥିରେ ସାମିଲ ଅଛନ୍ତି । ଲୋକଙ୍କୁ ସେବା ଯୋଗାଇବା ପାଇଁ ଏଏନ୍ଏମ୍, ଆଶା, ଅଙ୍ଗନବାଡି କର୍ମୀ ଓ ମିଶନ ଶକ୍ତି ଗୋଷ୍ଠୀ ଆଦି ସମସ୍ତଙ୍କୁ ସାଥିରେ ନେଇ କୋଭିଡ ପରି·ଳନା କାମ ଜାରି ରହିଛି । ଆସନ୍ତା ମଇ ୨୪ ତାରିଖରୁ ୩ ମାସ ପାଇଁ ସାରାରାଜ୍ୟରେ ଆଶା ଓ ଏଏନ୍ଏମ୍ମାନେ ଘରକୁ ଘର ବୁଲି କୋଭିଡ ଲକ୍ଷଣ ଓ ଜଟିଳ ରୋଗ ସଂପର୍କରେ ସର୍ଭେ କରିବେ । ଏଥିାପାଇଁ ସେମାନଙ୍କୁ ୩ ମାସ ପାଇଁ ମାସିକ ୧୦୦୦ ଟଙ୍କା ଲେଖାଏ ପ୍ରୋତ୍ସାହନ ରାଶି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ସେହିପରି ପ୍ରତି ଗାଁରେ ଥିବା ଗାଁ କଲ୍ୟାଣ ସମିତିମାନଙ୍କୁ ମଧ୍ୟ କୋଭିଡ ନିୟନ୍ତ୍ରଣ ପାଇଁ ବିଭିନ୍ନ କାର୍ଯ୍ୟ ନିମନ୍ତେ ୧୦ ହଜାର ଟଙ୍କା ସହାୟତା ଦିଆଯିବ ।

ଅନ୍ୟପଟେ ଗୃହ ସଂଗରୋଧ ତଦାରଖ ଦାୟିତ୍ୱରେ ଥିବା ଆଶାକର୍ମୀମାନଙ୍କୁ ମଧ୍ୟ ବାଇସାଇକେଲ, ଚପଲ, ଛତା, ଟର୍ଚ୍ଚ ଓ କପ୍ବୋର୍ଡ ଆଦି ପାଇଁ ଏକକାଳୀନ ୧୦ ହଜାର ଟଙ୍କା ସହାୟତା ଦିଆଯିବ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ । ଲକ୍ଡାଉନ କାର୍ଯ୍ୟକାରୀ କରିବା ଏବଂ ଗାଁର ଆବଶ୍ୟକତାକୁ ଦେଖି ଗାଁରେ ଟିଏମ୍ସି ଖୋଲିବା ବିଷୟ ନେଇ ସରପଞ୍ଚମାନେ ସେମାନଙ୍କର ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରିପାରିବେ । ଗତବର୍ଷ ତୁଳନାରେ ଏବର୍ଷ ଅନ୍ୟ ରାଜ୍ୟକୁ ଫେରୁଥିବା ଲୋକଙ୍କ ସଂଖ୍ୟା କମ୍ ଥିଲେ ମଧ୍ୟ ସରକାର ଜୋନାଲ ଟିଏମ୍ସି ଆରମ୍ଭ କରି ସାରିଛନ୍ତି ।

Comments are closed.