କରୋନାରେ ଦେଶରେ ଗତ ୨୪ ଘଂଟାରେ ୨,୬୩,୫୩୩ ନୂଆ ମାମଲା

80

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୨,୬୩,୫୩୩ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୪,୩୨୯ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୫୨,୨୮,୯୯୬ ପହଂଚିଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୩,୫୩,୭୬୫ ଥିବା ବେଳେ ବର୍ତମାନ ସୁଦ୍ଧା ୨,୭୮,୭୧୯ ଜଣ ମୃତ୍ୟୁ ବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୮,୬୯,୨୨୩ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୩୧,୮୨,୯୨,୮୮୧ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା

Comments are closed.