ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ୨୧ ଜଣଙ୍କର ମୃତ୍ୟୁ, ମୃତ୍ୟୁ ସଂଖ୍ୟା ବଢି ୨୩୭୮ ହେଲା

69

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୨୧ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୨୩୭୮ ହୋଇ ଯାଇଛି । 

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତଥ୍ୟ ଅନୁସାରେ ଗତ ୨୪ ଘଂଟା ଭିତରେ ଆଜି କଳାହାଣ୍ଡିରୁ ସର୍ବାଧିକ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେହିପରି ଖୋର୍ଧା କୋରାପୁଟ, ମୟୂରଭଞ୍ଜ,ସମ୍ବଲପୁର ଓ ସୁନ୍ଦରଗଡ଼ରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ବଲାଙ୍ଗୀର, ବରଗଡ. କଟକ.କନ୍ଧମାଳ, କେନ୍ଦୁଝର, ନୟାଗଡ଼, ନୂଆପଡ଼ା, ପୁରୀରୁ ଜଣେ ଲେଖାଏଁ କରୋନା ରୋଗୀ ଆଖି ବୁଜିଛନ୍ତି ।

Comments are closed.